୫–ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ଗଞ୍ଜାମ ବେଲଗୁଣ୍ଠା ଗସ୍ତରେ ଥିବାବେଳେ ଟମାଟୋ ମାଡ଼ କରିଛନ୍ତି ଜଣେ ବ୍ୟକ୍ତି । ତେବେ ଟମାଟୋ ମାଡ଼ ପରେ ବି ଅଟକି ନଯାଇ, ବେଲଗୁଣ୍ଠାରେ ଆୟୋଜିତ ଆମ ଓଡି଼ଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଜନସଭାକୁ ଉଦବୋଧନ ଦେଇଛନ୍ତି ୫–ଟି ଅଧ୍ୟକ୍ଷ । ସେ କହିଛନ୍ତି, ତାଙ୍କ ଉପରକୁ ଟମାଟୋ, ଅଣ୍ଡା, ଚପଲ, କାଳିମାଡ, ଗୁଳିମାଡ଼ କରନ୍ତୁ । ସେଥିରେ ପରବାୟ ନାହିଁ ଲୋକଙ୍କ ପାଖକୁ ଆସିବେ, ଲୋକଙ୍କ ସେବା କରିଚାଲିବେ ।
ଅନ୍ୟପଟେ ଟମାଟୋ ମାରିଥିବା ବ୍ୟକ୍ତି ଜଣଙ୍କ କଂଗ୍ରେସର କର୍ମୀ ବୋଲି କୁହାଯାଉଛି । ତେବେ କଂଗ୍ରେସ ପକ୍ଷରୁ ଏନେଇ କିଛି ସ୍ପଷ୍ଟ କରାଯାଇନାହିଁ । ଟମାଟୋ ମାରିଥିବା ବ୍ୟକ୍ତିଙ୍କୁ ପୁଲିସ କାବୁ କରିବା ସହ ପଚରାଉଚୁରା କରୁଥିବା ଜଣାପଡ଼ିଛି ।

