ବିଜେଡ଼ିରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ ଶତାଧିକ କର୍ମୀଙ୍କ ସହ ବିଧିବଦ୍ଧ ଭାବେ ସାମିଲ ହେଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର।
ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି। ଏ ନେଇ ଶଙ୍ଖ ଭବନରେ ବିଜେଡିରେ ମିଶ୍ରଣ ପର୍ବ ଆୟୋଜିତ ହୋଇଯାଇଛି ।
ଏହି ମିଶ୍ରଣ ପର୍ବରେ ମନ୍ତ୍ରୀ ପ୍ରତାପ ଜେନା, କେନ୍ଦ୍ରାପଡ଼ା ବିଜେଡ଼ି ନେତା ଅଂଶୁମାନ ମହାନ୍ତି, ଭୁବନେଶ୍ବର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ମଧ୍ୟ ଏହି ମିଶ୍ରଣ ପର୍ବ ସମୟରେ ଉପସ୍ଥିତ ରହିଥିଲେ । ତେବେ ଅରବିନ୍ଦ କହିଛନ୍ତି କି, ପାଟକୁରାର ବିକାଶକୁ ଆଗକୁ ନେବା ସହ ଆଶା କରୁଛି ନବୀନବାବୁଙ୍କ ଆଶୀର୍ବାଦ ମୋ ଉପରେ ସଦା ସର୍ବଦାରହିବ ।

