ଏଣିକି ମହିଳା ସରକାରୀ କର୍ମଚାରୀମାନଙ୍କୁ ବାର୍ଷିକ ୧୦ ଦିନ ଅଧିକ ସାମୟିକ ଛୁଟି ମିଳିବ। ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ମହିଳା କର୍ମଚାରୀମାନଙ୍କୁ ଏଣିକି ବାର୍ଷିକ ୨୫ ଦିନର ସାମୟିକ ଛୁଟି ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏନେଇ ଘୋଷଣା କରିଛନ୍ତି।
ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି।
ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ ୨୫ ଦିନର ସାମୟିକ ଛୁଟି ପାଇପାରିବେ। ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟାକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

