ମୁଖ୍ୟମନ୍ତ୍ରୀଙ୍କ ପୁଣି ବଡ଼ ଘୋଷଣା, ବଢ଼ିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

ରାଜ୍ୟ ସରକାର ଆଜି ସବୁ ବର୍ଗର ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀରେ ବୃଦ୍ଧି ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି

ଅଣକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କାକୁ, କୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କାକୁ ଏବଂ ଅତ୍ୟନ୍ତ କୁଶଳୀ ଶ୍ରମିକ ମାନଙ୍କ କ୍ଷେତ୍ରରେ ସର୍ବନିମ୍ନ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ଲକ୍ଷ ଲକ୍ଷ ଶ୍ରମିକ ଉପକାର ପାଇବେ

Post Views19 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!