ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ହେବ ବିଧାନସଭା ନିର୍ବାଚନ । ଆସନ୍ତୁ ଜାଣିବା ଆପଣଙ୍କ ଅଞ୍ଚଳରେ କେବେ ହେବ ଭୋଟ୍ ।
୧୩ ମେରେ ପ୍ରଥମ ପର୍ଯ୍ୟାୟରେ ୨୮ଟି ବିଧାନସଭା କ୍ଷେତ୍ରରେ ଭୋଟ୍ ଗ୍ରହଣ ହେବ । ନୂଆପଡ଼ା, ଖଡ଼ିଆଳ, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନିପାଟଣା, ନର୍ଲା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣୁପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋଟପାଡ଼, ଜୟପୁର, କୋରାପୁଟ, ପଟ୍ଟାଙ୍ଗୀ, ମାଲକାନଗିରି, ଚିତ୍ରକୋଣ୍ଡାରେ ଭୋଟ ଗ୍ରହଣ ହେବ ।
ମେ’୨୦ରେ ଦ୍ବିତୀୟ ପର୍ଯ୍ୟାୟରେ ପଦମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲ୍ଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗୀର, ଟିଟିଲାଗଡ଼, କଣ୍ଟାବାଞ୍ଜି, ବାଲିଗୁଡ଼ା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଞ୍ଜନଗର, ପୋଲସରା, କବିସୂର୍ଯ୍ଯନଗର, ଖଲ୍ଲିକୋଟ, ଆସ୍କା, ସୋରଡ଼ା, ସାନଖେମୁଣ୍ଡି, ହିଞ୍ଜିଳିରେ ଭୋଟ୍ ଗ୍ରହଣ ହେବ ।
ମେ’ ୨୫ରେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ । ତୃତୀୟ ପର୍ଯ୍ୟାୟରେ କୁଚିଣ୍ଡା, ରେଙ୍ଗାଲି, ସମ୍ବଲପୁର, ରେଢାଖୋଲ, ଦେବଗଡ଼, ତେଲକୋଇ, ଘଷିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡା, ତାଳଚେର, ଅନୁଗୁଳ, ଛେଣ୍ଡିପଦା, ଆଠମଲ୍ଲିକ, ବଡ଼ମ୍ବା, ବାଙ୍କି, ଆଠଗଡ଼, ବାରବାଟୀ କଟକ, ଚୌଦ୍ବାର, କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ବର ମଧ୍ୟ, ଭୁବନେଶ୍ବର ଉତ୍ତର, ଏକାମ୍ର ଭୁବନେଶ୍ବର, ଜଟଣି, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା, ନୟାଗଡ଼ରେ ଭୋଟ୍ ଗ୍ରହଣ ହେବ ।
ଜୁନ୍ ଏକ ତାରିଖରେ ଶେଷ ପର୍ଯ୍ୟାୟରେ ୪୨ଟି ବିଧାନସଭା କ୍ଷେତ୍ର ଯଥା ଯଶିପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡସାହି, ବାରିପଦା, ମୋରଡା, ଜଳେଶ୍ବର, ଭୋଗରାଇ, ବସ୍ତା, ବାଲେଶ୍ବର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳି, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ାରେ ଭୋଟିଂ ହେବ ।

