ବିଜେଡିରେ ମିଶିଲେ ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପ

ବିଜେଡି ଦଳରେ ସାମିଲ ହେଲେ ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ । ହଜାର ହଜାର ସମର୍ଥକଙ୍କ ସହ ଆସି ବିଜେଡିରେ ଯୋଗ ଦେଇଛନ୍ତି ମୋନିଦୀପା । ସେ ବର୍ତ୍ତମାନ ପାରାଦ୍ୱୀପ-ଏରସମା ଶିଳ୍ପାଞ୍ଚଳ ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି ଅଛନ୍ତି । ନବୀନ ପଟ୍ଟନାୟକଙ୍କ ବିକାଶ ଧାରାରେ ଅନୁପ୍ରାଣୀତ ହୋଇ ବିଜେଡିରେ ସାମିଲ ହେବାକୁ ସେମାନେ ଆବେଦନ କରିଥିଲେ । ମୁଖ୍ୟମନ୍ତ୍ରୀ କାହାକୁ ଅଣଦେଖା କରନ୍ତି ନାହିଁ ।

ସେ କାମରେ ବିଶ୍ୱାସ କରନ୍ତି । କର୍ମୀମାନେ ଲଢୁଆ ସୈନିକ ଭାବେ କାମ କରିବେ । ସମସ୍ତେ ଦଳରେ ଉଚିତ ପ୍ରାପ୍ୟ ପାଇବେ ବୋଲି କହିଛନ୍ତି ସାଂସଦ ମାନସ ମଙ୍ଗରାଜ ।

ତାଙ୍କ ସମର୍ଥନରେ ଜିତିଥିବା ସାତ ସ୍ୱାଧୀନ କାଉନସିଲର ବି ବିଜେଡିରେ ଯୋଗ ଦେଇଛନ୍ତି । ସେମାନେ ହେଲେ ଛବିଲତା ରାଉତ, ଜୟନ୍ତୀ ମାଦେଲି, ସ୍ବପନାରାଣୀ ଜେନା, ବନିତା ରାଉତ, ଶୁକ୍ରମଣି ନାଗ, ସୌଦାମିନୀ ରାଉତ , ରୁନିବାଳା ପରିଡା, ଜଗନା ରାଓ କାମଲା । ସେମାନଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଏବଂ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ସ୍ୱାଗତ କରିଛନ୍ତି ସାଂସଦ ମାନସ ମଙ୍ଗରାଜ ।

Post Views40 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!