ପୁଣି ଦିଲ୍ଲୀ ଗଲେ ମନମୋହନ ସାମଲ, ପ୍ରାର୍ଥୀ ତାଲିକା ନେଇ ଆସିପାରେ ଚୂଡ଼ାନ୍ତ ନିଷ୍ପତ୍ତି

ନିର୍ବାଚନ ତାରିଖ ଘୋଷଣା ପରେ ପୁଣି ଥରେ ଆଜି ଦିଲ୍ଲୀ ଗଲେ ମନମୋହନ ରାଜ୍ୟ ବିଜେପି ସମ୍ଭାବ୍ୟ ପ୍ରାର୍ଥୀ ତାଲିକାକୁ ସର୍ଟ ଲିଷ୍ଟ କରିବା ପରେ ଆଜି ଦିଲ୍ଲୀ ଯାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେଠାରେ ପ୍ରାର୍ଥୀ ତାଲିକା ଉପରେ ମୋହର ମାରିବ କେନ୍ଦ୍ରୀୟ ସଂସଦୀୟ ବୋର୍ଡ଼ । ରାଜ୍ୟ ବିଜେପି ନିର୍ବାଚନ କମିଟି ବୈଠକରେ ଓଡ଼ିଶାର ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନ ଉପରେ ମାନସ ମନ୍ଥନ ହୋଇଥିଲା ଦଳର ପର୍ଯ୍ୟବେକ୍ଷକମାନେ ଦେଇଥିବା ସମ୍ଭାବ୍ୟ ପ୍ରାର୍ଥୀ ତାଲିକାକୁ ଚୂଡ଼ାନ୍ତ କରିବା ସହ ଏହି ତାଲିକା ଉପରେ ଆଲୋଚନା କରିବାକୁ ଦିଲ୍ଲୀ ଗସ୍ତ କରିଛନ୍ତି ରାଜ୍ୟ ବିଜେପି ସଭାପତି

ସୂଚନାଯୋଗ୍ୟ ଯେ, ଦେଶରେ ଆଗାମୀ ସାଧାରଣ ନିର୍ବାଚନ ଲାଗି ଘୋଷଣା ହୋଇଛି ତାରିଖ ଚଳିତ ଥର ମୋଟ ସାତୋଟି ପର୍ଯ୍ୟାୟରେ ହେବ ମତଦାନ ପ୍ରଥମ ପର୍ଯ୍ୟାୟ ଭୋଟିଂ ଏପ୍ରିଲ ୧୯ , ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬, ତୃତୀୟ ପର୍ଯ୍ୟାୟ ନିର୍ବାଚନ ମେ ୭ରେ, ମେ ୧୪ରେ ଚତୁର୍ଥ ପର୍ଯ୍ୟାୟ, ମେ ୨୦ରେ ପଞ୍ଚମ ପର୍ଯ୍ୟାୟ, ମେ ୨୫ରେ ଷଷ୍ଠ ପର୍ଯ୍ୟାୟ ଏବଂ ଜୁନ ୧ରେ ସପ୍ତମ ପର୍ଯ୍ୟାୟ ନିର୍ବାଚନ ହେବ ଏହାପରେ ଜୁନ ୪ରେ ଘୋଷଣା ହେବ ନିର୍ବାଚନ ରେଜଲ୍ଟ।

Post Views1 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!