ବୁଧବାର ପ୍ରବଳ ବର୍ଷା ଓ କୁଆପଥର ମାଡ଼!

ଉତ୍ତର ଓଡ଼ିଶାରୁ ଆରମ୍ଭ କରି ଆନ୍ଧ୍ରପ୍ରଦେଶ ଉପକୂଳ ଯାଏ ଏକ ନିମ୍ନଚାପରେଖା ସକ୍ରିୟ ରହିଛି। ଏହା ସହିତ ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗୁରୁଚାପ ପ୍ରଭାବରେ ରାଜ୍ୟ ମଧ୍ୟକୁ କ୍ରମାଗତ ଭାବେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହିତ ହେଉଛି। ଉଭୟ ନିମ୍ନ ଚାପରେଖା ଓ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପରସ୍ପର ସଂସ୍ପର୍ଶରେ ଆସି ପ୍ରତିକ୍ରିୟଶୀଳ ହେବା ସହିତ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ତେବେ ମଙ୍ଗଳବାର ଓ ବୁଧବାର ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି।

ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ସମ୍ୱଲପୁର,ଝାରସୁଗୁଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୧ ତାରିଖରୁ ପାଗର ପରିବର୍ତ୍ତନ ହେବ।

୨୨ ତାରିଖରୁ ପାଗ ସମ୍ପୂର୍ଣ୍ଣଶୁଖିଲା ରହିବ। ବର୍ଷା ପ୍ରଭାବରେ ତାପମାତ୍ରା ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବାର ସମ୍ଭାବନା ରହିଛି। ବର୍ଷାକୁ ଲକ୍ଷ୍ୟ କରି ଚାଷୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି। କୁଆପଥରରୁ ରକ୍ଷା ପାଇବା ପାଇଁ ଜାଲି ବ୍ୟବହାର କରିବାକୁ ଚାଷୀ ଭାଇମାନଙ୍କୁ ପରାମର୍ଶ ଦିଆଯାଇଛି।

Post Views35 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!