ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର

ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତଙ୍କ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ ରହିଛି। ତାଙ୍କର ବ୍ରେନ ଡେଡ୍ ହୋଇଯାଇଥିବା ନେଇ ତାଙ୍କ ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଛନ୍ତି। ସଂକଟାପନ୍ନ ଅବସ୍ଥାରେ ଡାକ୍ତର ରାଉତଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ପୁଅ ସମ୍ବିତ ରାଉତରାୟଙ୍କ ସୂଚନା ଅନୁଯାୟୀ, ଗତ ୧୮ ତାରିଖ ବିଳମ୍ବିତ ରାତିରେ ଦାମ ରାଉତ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା।

ମେଡିକାଲ ନେବା ବାଟରେ ତାଙ୍କର ହୃଦଘାତ ହୋଇଥିଲା। କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେବାପରେ ଦାମ ରାଉତଙ୍କୁ CPR ଦିଆଯାଇ ନଥିବା ସମ୍ବିତ ରାଉତରାୟ ଅଭିଯୋଗ କରିଛନ୍ତି। ସିପିଆର ନ ଦେବାରୁ ତାଙ୍କ ଅବସ୍ଥା ସଂକଟାପନ୍ନ ହୋଇଥିଲା। ଏହାପରେ ତୁରନ୍ତ ତାଙ୍କୁ ସେଠାରୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ସେଠାରେ ଡାକ୍ତର ରାଉତଙ୍କର ଚିକିତ୍ସା ଚାଲିଛି। ତେବେ ସମ୍ବିତଙ୍କ ଅଭିଯୋଗ ଉପରେ କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!