ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି ମହତାବ ଓ ସିଦ୍ଧାନ୍ତ ମହାପାତ୍ର

ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି ମହତାବ ଓ ସିଦ୍ଧାନ୍ତ ମହାପାତ୍ର । ଦିଲ୍ଲୀରେ ବିଜେପିର ମୁଖ୍ୟ କାର୍ଯ୍ୟାଳୟରେ ଦଳରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ଭର୍ତ୍ତୃହରି ଓ ସିଦ୍ଧାନ୍ତ । ଭର୍ତ୍ତୃହରି ଗତ ୨୨ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ ।

ସେହିଭଳି ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର ମଧ୍ୟ ପଦ୍ମ ଧରିଛନ୍ତି । ସିଦ୍ଧାନ୍ତ ଏହାପୂର୍ବରୁ ୨ ଥର ବ୍ରହ୍ମପୁରରୁ ବିଜେଡି ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।ଭର୍ତ୍ତୃହରି ଓ ସିଦ୍ଧାନ୍ତଙ୍କ ବ୍ୟତୀତ ପଦ୍ମଶ୍ରୀ ଦମୟନ୍ତୀ ବେଶ୍ରା ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି ।

ଭର୍ତ୍ତୃହରି ବିଜେଡି ଛାଡିବା ପରେ ବିଜେପିରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଥିଲା । ଆଜି ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଭର୍ତ୍ତୃହରି । ଦିଲ୍ଲୀରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପି ଉପ-ସଭାପତି ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି ।

ସେହିଭଳି ସିଦ୍ଧାନ୍ତ ମହାପାତ୍ର ବିଜେପିରେ ସାମିଲ ହେବେ ବୋଲି ଗତ ୨ ଦିନ ହେବ ଚର୍ଚ୍ଚା ହେଉଥିଲା । ସିଦ୍ଧାନ୍ତ ୨୦୦୯ ଓ ୨୦୧୪ରେ ବିଜେଡି ଟିକେଟରୁ ନିର୍ବାଚନ ଲଢି ବିଜୟୀ ହୋଇଥିଲେ ।

Post Views34 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!