ବିଜେପିରେ ଯୋଗ ଦେଲେ ଅନୁଭବ

କେନ୍ଦ୍ରାପଡ଼ା ସାଂସଦ ତଥା ଲୋକପ୍ରିୟ ସିନେ ତାରକା ଅନୁଭବ ମହାନ୍ତି ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଆଜି ଦିଲ୍ଲୀ ବିଜେପି କାର୍ଯ୍ୟାଳୟରେ ଦଳରେ ସାମିଲ ହୋଇଛନ୍ତି ଅନୁଭବ। ଦଳର ବରିଷ୍ଠ ନେତା ବିନୋଦ ତାୱଡ଼େ ଅନୁଭବ ମହାନ୍ତିଙ୍କୁ ଦଳରେ ସ୍ବାଗତ କରିଛନ୍ତି। ଦୁଇ ଦିନ ତଳେ ଅନୁଭବ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ଦେବା ପରେ ଅନୁଭବ କେଉଁ ଦଳକୁ ଯିବେ ତାହାକୁ ନେଇ ସସପେନ୍ସ ଲାଗି ରହିଥିଲା।

କିନ୍ତୁ ଆଜି ଅନୁଭବ ବିଜେପିରେ ମିଶିଛନ୍ତି। କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ନିଜର ଇସ୍ତଫାପତ୍ର ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଥିଲେ। ସେ ବିଜେପିରେ ଯୋଗ ଦେବା ନେଇ ଚର୍ଚ୍ଚା ଚାଲିଥିଲା।

ଅନୁଭବ ମହାନ୍ତି ବିଜେଡିରୁ ଇସ୍ତଫା ଦେବା ସହ ଲେଖିଥିଲେ ଦଳ ମୁଖିଆଙ୍କୁ ଦେଖା କରିବାର ସୁଯୋଗ ମିଳୁନାହିଁ। ବାପାଙ୍କ ଦେହାନ୍ତ ପରେ ଦଳ ତରଫରୁ କୌଣସି ସମବେଦନା ମିଳିଲା ନାହିଁ। ତେବେ ବିଜେଡି ଛାଡ଼ିଥିଲେ ମଧ୍ୟ ଚଳିତ ନିର୍ବାଚନ ସେ ନିଶ୍ଚୟ ଲଢିବେ ବୋଲି କହିଥିଲେ ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!