କଂଗ୍ରେସକୁ ବଡ଼ ଝଟକା; ହାତ ଛାଡ଼ିଲେ ଗଣେଶ୍ୱର ବେହେରା

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ଝଟ୍‌କା । କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ଗଣେଶ୍ୱର ବେହେରା। ଚିରଞ୍ଜୀବ ବିଶ୍ୱାଳଙ୍କ ପରେ ଏବେ ଗଣେଶ୍ୱର ବେହେରା ଦଳ ଛାଡିଛନ୍ତି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି ଗଣେଶ୍ୱର ।

ଗଣେଶ୍ୱର ୧୯୮୫ ମସିହାରେ ପଟ୍ଟାମୁଣ୍ଡାଇ ଆସନରୁ ପ୍ରଥମ ଥର ବିଧାୟକ ଭାବେ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବିରୋଧୀ ପ୍ରାର୍ଥୀ ରବିନ୍ଦ୍ର କୁମାର ବେହେରାକୁ ପଟ୍ଟାମୁଣ୍ଡାଇ ଆସନରୁ ପରାଜିତ କରିଥିଲେ । ଏହାପରେ ୧୯୯୦ରେ ବିକ୍ରମ କେଶରୀ ଦେଓଙ୍କ ଠାରୁ ଜୁନାଗଡ଼ ଆସନରୁ ପରାସ୍ତ ହୋଇଥିଲେ । ହେଲେ ୧୯୯୫ରେ ପଟ୍ଟାମୁଣ୍ଡାଇ ଆସନରୁ ପୁଣି ଥରେ ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ୨୦୦୦, ୨୦୦୪, ୨୦୦୯, ୨୦୧୯ରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ପରାସ୍ତ ହୋଇଥିଲେ ଗଣେଶ୍ୱର । ରାଜ୍ୟ କଂଗ୍ରେସର ବହୁ ପଦ ପଦବୀରେ ରହିଥିଲେ ଗଣେଶ୍ୱର । ତେବେ ଆଜି ସେ ଦଳର ପ୍ରାଥମିକତା ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ପିସିସି ସଭାପତିଙ୍କୁ ଚିଠି ଲେଖି ଜଣାଇଛନ୍ତି । ଦଳ ଛାଡିବା ପରେ ତାଙ୍କର ଆଗାମୀ ପଦକ୍ଷେପ କଣ ରହିବ ତା’ଉପରେ ନଜର ରହିଛି।

Post Views95 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!