ବ୍ରିଜେଶ କୁମାର ରାୟ ହେଲେ ରାଉରକେଲା ଏସପି

ବ୍ରିଜେଶ କୁମାର ରାୟ ହେଲେ ରାଉରକେଲା ଏସପି । ୨୦୦୯ ବ୍ୟାଚର ଆଇପିଏସ ବ୍ରିଜେଶ କୁମାର ରାୟ। ୨୦୦୮ ବ୍ୟାଚର ଆଇପିଏସ ଡକ୍ଟର ଉମାଶଙ୍କର ଦାଶ ଅନୁଗୁଳ ଏସପି ଭାବେ ନିଯୁକ୍ତ ହୋଇଛନ୍ତି ।

ସେହିପରି କଟକ ଡିସିପି ଭାବେ ନିଯୁକ୍ତି ପାଇଛନ୍ତି ୨୦୦୮ ବ୍ୟାଚର ଆଇପିଏସ ପ୍ରକାଶ ଆର । ତିନି ଆଇପିଏସଙ୍କ ନୂଆ ନିଯୁକ୍ତିକୁ ଅନୁମତି ଦେଇଛନ୍ତି ECI ।

ରାଜ୍ୟରେ ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ପାଇଁ ୮ ପ୍ରଶାସନିକ ଅଧିକାରୀଙ୍କୁ ନିର୍ବାଚନ ସଂକ୍ରାନ୍ତ କାର୍ଯ୍ୟରୁ ଦୂରେଇ ରଖିବାକୁ କିଛି ଦିନ ପୂର୍ବେ ନିର୍ବାଚନ କମିଶନ ରାଜ୍ୟ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସେମାନଙ୍କ ମଧ୍ୟରେ କେନ୍ଦ୍ରାଞ୍ଚଳ ରେଞ୍ଜ ପୁଲିସ୍ ଆଇଜି ଆଶୀଷ ସିଂଙ୍କ ସମେତ ଜଗତସିଂହପୁର ଓ କଟକ ଜିଲ୍ଲାପାଳ ଏବଂ ୫ ପୁଲିସ ଏସପି ଥିଲେ ।ଏହି ଖାଲି ଥିବା ପଦବୀ ମଧ୍ୟରୁ ୩ ଡିଏସ୍‌ପି ପଦବୀ ଆଜି ପୂରଣ ହୋଇଛି।

Post Views1 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!