ରାଜ୍ୟରେ ତାତି ବଢିବା ସହ ବଢୁଛି ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ୮ ଜଣ ଅସୁସ୍ଥ ହେଲେଣି । ଚିକିତ୍ସା ନିମନ୍ତେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ଅସୁସ୍ଥଙ୍କ ମଧ୍ୟରେ ଅନୁଗୁଳରୁ ୫ ଜଣ, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଭୁବନେଶ୍ୱରରୁ ଜଣେ ଲେଖାଏଁ ଅଛନ୍ତି। ଏଯାଏଁ ଅଂଶୁଘାତରେ କାହାରି ମୃତ୍ୟୁ ହୋଇନି ବୋଲି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।
ଅଂଶୁଘାତଜନିତ ଚିକିତ୍ସା ପାଇଁ ସତର୍କ ରହିବାକୁ ସବୁ ଡାକ୍ତରଖାନାକୁ କୁହାଯାଇଛି। ଜିଲ୍ଲା ହସ୍ପିଟାଲ, CHC, PHC ଗୁଡିକରେ ବେଡ଼ ବ୍ୟବସ୍ଥା ସହ ଆବଶ୍ୟକୀୟ ମେଡିସିନ ପ୍ରସ୍ତୁତ ରଖାଯାଇଛି। ହିଟ କ୍ରାମ୍ପସ, ହିଟ ଷ୍ଟ୍ରୋକସର ଶିକାର ହୋଇ ଆସୁଥିବା ବ୍ୟକ୍ତିଙ୍କୁ ତୁରନ୍ତ ଚିକିତ୍ସା ଦିଆଯିବା ପାଇଁ ସବୁ ହସ୍ପିଟାଲ ପ୍ରସ୍ତୁତ ଥିବା ସେ କହିଛନ୍ତି ।

