ଆସନ୍ତା ୩ ଦିନ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା

ଜଳୁଛି ଓଡିଶା , ଅସ୍ତବ୍ୟସ୍ତ ଜନଜୀବନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ  । ଆସନ୍ତା ୩ ଦିନ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ  ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ଏପ୍ରିଲ ୧୮ ତାରିଖଠୁ ୨୦ ଯାଏଁ ସ୍କୁଲ ବନ୍ଦ କରିବାକୁ ନିଷ୍ପତ୍ତି ।

ଆସନ୍ତା ୨ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବା ନେଇ ପାଣିପାଗ ବିଭାଗ ଚେତାବନୀ ଦେଇଛି। ଏହି ସମୟରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧିପାଇବ । ଆସନ୍ତା ୨୦ତାରିଖ ଯାଏଁ କିଛି ସ୍ଥାନରେ ତାପମାତ୍ରା ୪୩ରୁ ୪୫ ଡିଗ୍ରୀ ମଧ୍ୟ ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଏହାକୁ ଦୃଷ୍ଟିରେ ରଖି ଆସନ୍ତା କାଲିଠୁ ୩ ଦିନ ଯାଏଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ।

Post Views6 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!