ବିଜେଡିର ପଞ୍ଚମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା, କଣ୍ଟାବାଞ୍ଜିରୁ ଲଢ଼ିବେ ନବୀନ

୨୦୨୪ ସାଧାରଣ ନିର୍ବାଚନ ପାଇଁ ପଞ୍ଚମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ନବୀନ ପଟ୍ଟନାୟକ ପଞ୍ଚମ ପର୍ଯ୍ୟାୟରେ ୯ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ଦୁଇଟି ବିଧାନସଭା କ୍ଷେତ୍ରରୁ ନିର୍ବାଚନ ଲଢିବେ। ହିଞ୍ଜିଳି ସହ ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଜିରୁ ମଧ୍ୟ ନିର୍ବାଚନ ଲଢ଼ିବେ।

ସେହିପରି ଆଜି ଘୋଷଣା ହୋଇଥିବା ପ୍ରାର୍ଥୀଙ୍କ ମଧ୍ୟରେ କଣ୍ଟାବାଞ୍ଜି- ନବୀନ ପଟ୍ଟନାୟକ, ଅନୁଗୁଳ- ସଂଯୁକ୍ତା ସିଂହ, ନିମାପଡ଼ା- ଦିଲୀପ ନାୟକ, ସାନଖେମୁଣ୍ଡି- ସୁଲକ୍ଷଣା ଗୀତାଞ୍ଜଳି ଦେବୀ, ଜୟପୁର- ଇନ୍ଦିରା ନନ୍ଦ, ଚିତ୍ରକୋଣ୍ଡା- ଲକ୍ଷ୍ମୀପ୍ରିୟା ନାୟକ, ପଦ୍ମପୁର- ବର୍ଷା ସିଂ ବରିହା, କୁଚିଣ୍ଡା- ରାଜେନ୍ଦ୍ର ଛତ୍ରିଆ, ଦେବଗଡ଼- ଅରୁନ୍ଧତି ଦେବୀଅନ୍ୟପଟେ ସମ୍ବଲପୁର ଓ ରେଢ଼ାଖୋଲ ପ୍ରାର୍ଥୀ ପରିବର୍ତ୍ତନ କରିଛି ବିଜେଡି। ପୂର୍ବରୁ ସମ୍ବଲପୁରରୁ ପ୍ରସନ୍ନ ଆଚାର୍ଯ୍ୟ ଓ ରେଢ଼ାଖୋଲରୁ ରୋହିତ ପୂଜାରୀ ପ୍ରାର୍ଥୀ ହୋଇଥିବା ବେଳେ ଆଜି ତାାହର ପରିବର୍ତ୍ତନ କରାଯାଇ ରେଢ଼ାଖୋଲରୁ ପ୍ରସନ୍ନ ଆଚାର୍ଯ୍ୟ ଓ ସମ୍ବଲପୁରରୁ ରୋହିତ ପୂଜାରୀଙ୍କ ପ୍ରାର୍ଥୀ କରିଛି ବିଜେଡି।

 

 

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!