ବିଜେପି ଛାଡି ବିଜେଡିରେ ମିଶିଲେ ବରିଷ୍ଠ ନେତା ବିଜୟ କେତନ ସ୍ୱାଇଁ

ବିଜେପି ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ୱାଇଁ । ୧୯୭୨ରୁ ବିଜୁ ବାବୁଙ୍କ ଅନୁଗାମୀ ହୋଇ ପଟ୍ଟାମୁଣ୍ଡାଇରୁ ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ ବିଜୟ କେତନ । ଜନତା ଦଳର ପ୍ରଥମ ଜିଲ୍ଲା ସଭାପତି ଥିଲେ । ସେହିପରି ବିଜୁ ଜନତା ଦଳର ପ୍ରଥମ କେନ୍ଦ୍ରାପଡ଼ା ଜିଲ୍ଲା ସଭାପତି ମଧ୍ୟ ଥିଲେ । ଏହାପରେ ବିଜେପିରେ ମିଶି ରାଜନଗର ଆସନରୁ ୨୦୦୯ରେ ବିଜେପିରୁ ଲଢ଼ିଥିଲେ । ଆଜି ପୁଣି ସେ ବିଜେଡିକୁ ଫେରିଛନ୍ତି ।

ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ୟ୍ୟବେକ୍ଷକ ପ୍ରତାପ ଜେନା, ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତି ରେ ବିଜେଡ଼ି ରେ ଯୋଗଦେଲେ । ବିଜେଡିରେ ଯୋଗ ଦେବା ପରେ କେନ୍ଦ୍ରାପଡ଼ାରେ ଦଳ ଆହୁରି ଶକ୍ତିଶାଳୀ ହେବ ବୋଲି କହିଛନ୍ତି ପ୍ରତାପ ଜେନା । ବିଜେଡିକୁ ଫେରିବା ପରେ ବିଜୟ କେତନ ସ୍ୱାଇଁଙ୍କ ପ୍ରତିକ୍ରିୟା ରଖି କହିଛନ୍ତି, ମୁଁ ଜୀବନ ସାରା ବିଜୁ ବାବୁଙ୍କ ଆଦର୍ଶରେ କାମ କରିଛି। ଯେଉଁଠି ଥିଲେ ବି ମାନସିକ ସ୍ତରରେ ନବୀନଙ୍କ ସହ ଥିଲି ।

ବିଜେପି ପ୍ରତି ବିତୃଷ୍ଣା ହୋଇ ଦଳ ଛାଡିଲି । ବିଜେଡିର ସଂଗଠନକୁ ସୁଦୃଢ଼ କରିବାକୁ କାମ କରିବି।

Post Views1 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!