ଆସିଲା ମାଟ୍ରିକ ରେଜଲ୍ଟ , ପୁଅଙ୍କ ଠାରୁ ଝିଅଙ୍କ ପାସ୍ ହାର ଅଧିକ

ପ୍ରକାଶ ପାଇଛି ୨୦୨୪ ର ମାଟ୍ରିକ ପରୀକ୍ଷା ଫଳ । ଚଳିତ ବର୍ଷ ପାସ୍ ହାର ୯୬.୦୭ ପ୍ରତିଶତ ରହିଛି । ତେବେ ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁଅଙ୍କ ଠାରୁ ଝିଅଙ୍କ ରେଜଲ୍ଟ ଭଲ ହୋଇଛି ।

ଝିଅଙ୍କ ପାସ୍ ହାର ୯୬.୭୩ ପ୍ରତିଶତ ହୋଇଥିବାବେଳେ ପୁଅଙ୍କ ପାସ୍ ହାର ୯୫.୩୯ ପ୍ରତିଶତ ହୋଇଛି । ଚଳିତ ବର୍ଷ ମୋଟ ୫ ଲକ୍ଷ ୩୦ ହଜାର ୧୫୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।ତେବେ ଏଥର କୌଣସି ସ୍କୁଲରେ ଜିରୋ ରେଜଲ୍ଟ ହୋଇନାହିଁ ।

ରାଜ୍ୟର ୨୬୪୪ ଟି ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି । ୨୦୨୩ରେ ପାସ୍ ହାର ୯୬.୦୪ ଥିବାବେଳେ ଚଳିତ ବର୍ଷ ଏହାର ୯୬ . ୦୭ ହୋଇଛି । କହିବାକୁ ଗଲେ ଏଥର ରାଜ୍ୟରେ ମାଟ୍ରିକ ରେଜଲ୍ଟ ଭଲ ହୋଇଛି ।

Post Views30 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!