ଆଇପିଏସ୍ ଆଶିଷ ସିଂହ; ଚାଲିଛି ସ୍ୱାସ୍ଥ୍ୟ ପରୀକ୍ଷା

ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ, ନିଜ ସ୍ୱାସ୍ଥ୍ୟାବସ୍ଥାର ଯାଞ୍ଚ କରାଇବା ନିମନ୍ତେ ଆଜି ଭୁବନେଶ୍ୱରସ୍ଥିତ ଏମ୍ସରେ ପହଞ୍ଚିଛନ୍ତି ଆଇପିଏସ୍ ଆଶିଷ ସିଂହ । ECIଙ୍କ ନିର୍ଦ୍ଦେଶ କ୍ରମେ AIIMS ଭୁବନେଶ୍ୱର ପକ୍ଷରୁ ଏଥିନିମନ୍ତେ ଏକ ସ୍ୱତନ୍ତ୍ର ମେଡିକାଲ ବୋର୍ଡ ଗଠିତ ହୋଇଛି ।

ଆଜି ପୂର୍ବାହ୍ନ ୮ଟା୩୦ରେ ଆଶିଷ ସିଂହ ଏମ୍ସରେ ପହଞ୍ଚିଥିଲେ। ମାତ୍ର ସେ ଓପିଡ଼ି ନ ଦେଇ ଅନ୍ୟ ବାଟ ଦେଇ ଭିତରକୁ ଚାଲି ଯାଇଥିଲେ। ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ନିମନ୍ତେ ତାଙ୍କ ପାଇଁ ଏକ ପ୍ରାଇଭେଟ କ୍ୟାବିନ୍ ବୁକ୍ ହୋଇଥିବା ଜଣାଯାଇଛି।

AIIMS କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ୱାସଙ୍କ ଅଧ୍ୟକ୍ଷତାରେ ଆଶିଷ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ନିମନ୍ତେ ୬ ଜଣିଆ ବିଶେଷଜ୍ଞଙ୍କୁ ନେଇ ବୋର୍ଡ ଗଠିତ ହୋଇଛି। ବୋର୍ଡରେ ମେଡିସିନ, ସର୍ଜରୀ, ଅର୍ଥୋପେଡିକ ଓ ନ୍ୟୁରୋ ବିଭାଗ ଭଳି ବିଭିନ୍ନ ବିଭାଗର ବିଶେଷଜ୍ଞ ସାମିଲ ଅଛନ୍ତି। ଏହି ବୋର୍ଡ ଆଜି ଆଶିଷ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଥିବା ବେଳେ ଆସନ୍ତାକାଲି ସୁଦ୍ଧା ନିର୍ବାଚନ କମିଶନଙ୍କ ନିକଟରେ ନିଜ ରିପୋର୍ଟ ଦାଖଲ କରିବ ।

Post Views69 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!