ଆମ୍ ଆଦମୀ ପାର୍ଟି ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ତିହାର ଜେଲକୁ ଫେରିବେ। ଲୋକସଭା ନିର୍ବାଚନ ପାଇଁ ମତଦାନ ସରିବା ପରେ ଶନିବାର ଶେଷ ହୋଇଥିବା ପ୍ରଚାର ପାଇଁ ସୁପ୍ରିମକୋର୍ଟ ତାଙ୍କୁ ତିନି ସପ୍ତାହ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ।
କିଛି ଗୁରୁତର ଅସୁସ୍ଥତା କାରଣ ଦର୍ଶାଇ କେଜ୍ରିୱାଲ ଅନ୍ତରୀଣ ଜାମିନକୁ ବଢ଼ାଇବାକୁ ଅଦାଲତଙ୍କୁ ଅପିଲ କରିଥିଲେ, କିନ୍ତୁ ଇଡିର ବିରୋଧ ପରେ କୋର୍ଟ ତାଙ୍କ ଆବେଦନ ଉପରେ ଶୁଣାଣି କରିବାକୁ ମନା କରିୋଦଇଥିଲେ ।
ଏହି ଆବେଦନ ଆସନ୍ତା ୫ ତାରିଖରେ ହେବ ବୋଲି କୋର୍ଟ କହିଛନ୍ତି ।

