ହାରିଲେ ମା ପୁଅ

ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା ଆସନରୁ ପରାଜିତ ହୋଇଥିବାବେଳେ ତାଙ୍କ ମା’ ସନ୍ଧ୍ୟାରାଣୀ ଦାସ କୋରେଇ ବିଧାନସଭା ଆସନରୁ ହାରି ଯାଇଛନ୍ତି । ତେବେ ନୟାଗଡ଼ ବିଜେଡି ପ୍ରାର୍ଥୀ ଅରୁଣ ସାହୁ ଓ କଟକ-ବାରବାଟୀ କଂଗ୍ରେସ ପ୍ରାର୍ଥୀ ସୋଫିଆ ଫିରଦୋଶ ବିଜୟୀ ହୋଇଛନ୍ତି।

ସମ୍ବଲପୁର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିପୁଳ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ସେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କୁ ଲକ୍ଷାଧିକ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ସେହିପରି ବବିଙ୍କ ମା’ କୋରେଇ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ସନ୍ଧ୍ୟାରାଣୀ ଦାସ ପରାଜିତ ହୋଇଛନ୍ତି । ସେଠାରେ ତାଙ୍କୁ ବିଜେପି ପ୍ରାର୍ଥୀ ଆକାଶ ଦାସ ନାୟକ ପରାସ୍ତ କରିଛନ୍ତି ।

Post Views130 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!