ଆସନ୍ତା ୨ରୁ ୩ଦିନ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ

୨ରୁ ୩ ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ । ୯ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥିପାଇଁ ପାଗ ଅନୁକୁଳ ରହିଥିବା ପାଣିପାଗ ବିଶେଷଜ୍ଞ ମାନେ କହିଛନ୍ତି ।

ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ମଧ୍ୟ ରହିଛି ।

ପରେ ପୁରା ରାଜ୍ୟକୁ ପ୍ରବେଶ କରିବ ମୌସୁମୀ ବାୟୁ । ୧୦ ଓ ୧୧ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!