ଆଜିଠାରୁ ଆରମ୍ଭ ହେଲା +୨ ନାମଲେଖା ପାଇଁ ଆବେଦନ

ଆଜିଠାରୁ  ଆରମ୍ଭ ହେଲା +୨ ନାମଲେଖା ପାଇଁ ଆବେଦନ । ଦିନ ୧୧ଟାରୁ https://samsodisha.gov.in ପୋର୍ଟାଲରେ ହୋଇଛି କମନ ଆପ୍ଲିକେସନ୍ ଫର୍ମ । ଜୁଲାଇ ୬ ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିପାରିବେ ଛାତ୍ରଛାତ୍ରୀ । ଜୁଲାଇ ୧୮ ତାରିଖରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ ।

ବିଜ୍ଞାନ , କଳା ଓ ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ ଛାତ୍ରଛାତ୍ରୀ ।ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ଜୁଲାଇ ୧୯ରୁ ୨୩ ମଧ୍ୟରେ ଅନୁଷ୍ଠିତ ହେବ । ଏଥର ରାଜ୍ୟର ୨ ହଜାର ୧୨୧ ଯୁକ୍ତ ଦୁଇ କଲେଜର ୫ଲକ୍ଷ ୨୫ ହଜାର ୪୬୫ ସିଟରେ ନାମଲେଖା ହେବ । କଳା ବିଭାଗରେ ସର୍ବାଧିକ ୨ଲକ୍ଷ ୯୪ ହଜାର ୮୪୦ ସିଟ୍, ବିଜ୍ଞାନରେ ୧ଲକ୍ଷ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ ହଜାର ୧୦୪, ସଂସ୍କୃତରେ ୧୩ ହଜାର ୮୮ ଓ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୦ ହଜାର ୫୦୪ ସିଟରେ ନାମଲେଖା କରିବାକୁ ନିଷ୍ପତି ନିଆଯାଇଛି ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!