ସୁଭଦ୍ରା ଯୋଜନାରେ ମହିଳାମାନେ କିଭଳି ଭାବେ ଲାଭ ଉଠାଇପାରିବେ?

ଓଡ଼ିଶାର ମହିଳାଙ୍କ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯିବ। ସେଥିରେ ପ୍ରତି ମହିଳାଙ୍କୁ ୫୦ ହଜାର ଟଙ୍କାର କ୍ୟାସ୍‌ ଭାଉଚର ମିଳିବ। ୨ ବର୍ଷ ମଧ୍ୟରେ ଏହାକୁ ସେମାନେ ଖର୍ଚ୍ଚ କରିପାରିବେ। ତେବେ ଏହାକୁ ସେମାନେ କିଭଳି ପାଇବେ ଓ କିପରି କାର୍ଯ୍ୟକାରୀ କରିବେ ଜାଣନ୍ତୁ…
ଏହି ସୁଭଦ୍ରା ଯୋଜନାରେ ଆବେଦନ ଉଭୟ ଅନଲାଇନ ଓ ଅଫଲାଇନ ମାଧ୍ୟମରେ ହୋଇପାରିବ ।

ମହିଳାମାନଙ୍କୁ ସଶକ୍ତ କରିବା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ। ବିବାହିତ ମହିଳାମାନେ ଏହି ବ୍ୟବସ୍ଥା ଅନୁଯାୟୀ ୫୦,୦୦୦ ଟଙ୍କାର କୁପନ ପାଇବେ । ଦୁଇ ବର୍ଷ ମଧ୍ୟରେ ଏହାକୁ ବ୍ୟବହାର କରାଯାଇପାରିବ।

ଏହି ଯୋଜନାରେ ଆବେଦନ କରିବା ପାଇଁ ଅନେକ ଡକ୍ୟୁମେଣ୍ଟ ସବୁ ଆବଶ୍ୟକ । ଅଧାରକାର୍ଡ, ବ୍ୟାଙ୍କ ଆକାଉଣ୍ଟ, ଠିକଣା ପ୍ରମାଣପତ୍ର, ମୋବାଇଲ ନମ୍ବର, ପାସପୋର୍ଟ ଫଟୋ, ଇନ୍‌କମ ସାର୍ଟିଫିକେଟ, ରାସନ କାର୍ଡ ଆଦି ଆବଶ୍ୟକ ।

ଏହି ଯୋଜନାର ଲାଭ ଉଠାଇବାକୁ ହେଲେ. ଆପଣ ଓଡ଼ିଶାର ବାସିନ୍ଦା ହୋଇଥିବା ଆବଶ୍ୟକ । ତେବେ କେବଳ ବିବାହିତ ମହିଳା ଏହି ଯୋଜନାର ଲାଭ ଉଠାଇପାରିବେ । ପ୍ରତି ପରିବାରର ଜଣଙ୍କୁ ଏହି ଯୋଜନାର ଲାଭ ମିଳିବ । ମହିଳାଙ୍କ ବୟସ ୨୩ରୁ ୫୯ ହୋଇଥିବା ଆବଶ୍ୟକ ।

ସବୁଠାରୁ ବଡ଼ କଥା ହେଉଛି, ସରକାରୀ ଚାକିରି କରିଥିବା ମହିଳା ଏହି ଯୋଜନାର ଲାଭ ଉଠାଇପାରିବେ ନାହିଁ । ପରବର୍ତ୍ତୀ ସମୟରେ ଅଙ୍ଗନବାଡ଼ି କର୍ମୀଙ୍କୁ ମଧ୍ୟ ଏହି ଯୋଜନାରେ ସାମିଲ କରାଯିବ ବୋଲି କୁହାଯାଉଛି ।
ତେବେ ଏଯାବତ ସରକାରଙ୍କ ପକ୍ଷରୁ କୌଣସି ଅଫିସିଆଲ ୱେବସାଇଟ ଲଞ୍ଚ କରିନାହାନ୍ତି । ଖୁବଶୀଘ୍ର ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଗାଇଡଲାଇନ ଆସିବ ବୋଲି କୁହାଯାଉଛି ।

Post Views6 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!