ଆଜି ଶପଥପାଠ, ପବିତ୍ର ଗୃହକୁ ମୁଣ୍ଡିଆ ମାରିଲେ ନବନିର୍ବାଚିତ ବିଧାୟକ

ଆଜି ନିର୍ବାଚିତ ବିଧାୟକ ନେଇଛନ୍ତି ଶପଥ । କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସମସ୍ତଙ୍କୁ ଶପଥପାଠ କରାଇଛନ୍ତି । ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପରେପରେ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ ଓ ପ୍ରଭାତୀ ପରିଡା ମଧ୍ୟ ବିଧାନସଭାରେ ବିଧାୟକ ଭାବେ ଶପଥଗ୍ରହଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ନେବା ପରେ ନବ ନିର୍ବାଚିତ ବିଧାୟକ ପର୍ଯ୍ୟାୟକ୍ରମେ ଶପଥଗ୍ରହଣ କରୁଛନ୍ତି । ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଏହି ଶପଥ ପାଠ କାର୍ଯ୍ୟକ୍ରମ ଚାଲିବ ବୋଲି ସୂଚନା ମିଳିଛି  । ଆଜି ଓ କାଲି ଦୁଇ ଦିନ ବିଧାୟକଙ୍କୁ ଶପଥ ପାଠ କରାଯିବ  । ଶପଥପାଠ ପାଇଁ ବିଧାନସଭା ରେ ପହଞ୍ଚି ଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନ ର ହିଞ୍ଜିଳି ବିଧାୟକ ଶ୍ରୀ ନବୀନ ପଟ୍ଟନାୟକ । ସେହିପରି ନିଆରା ଢଙ୍ଗରେ ସାଇକେଲ ରେ ଗୃହକୁ ଆସିଥିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର । ସାଇକେଲରେ ବିଧାନସଭା ଆସିବା ସହ ପରିବେଶ ସୁରକ୍ଷା ନେଇ ରାଜ୍ୟବାସୀଙ୍କୁ ବାର୍ତା ଦେଇଛନ୍ତି  ।  ସମସ୍ତ ନେତା, ମନ୍ତ୍ରୀ ଓ ସାଧାରଣ ଜନତାଙ୍କୁ ମଧ୍ୟ ସାଇକେଲ ବ୍ୟବହାର ପାଇଁ ଅପିଲ କରିଛନ୍ତି  ।

ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ହେଉଛି ପ୍ରଥମ ବିଧାନସଭା ଅଧିବେଶନ। ଏହି ତିନିଦିନିଆ ଅଧିବେଶନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତ୍ରିସ୍ତରୀୟ କଡ଼ା ସୁରକ୍ଷା ବଳୟ ଭିତରେ ରହିଛି ବିଧାନସଭା।

Post Views1 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!