ସୁରମା ପାଢୀ ବିଜେପିର ବାଚସ୍ପତି ପ୍ରାର୍ଥୀ

ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ରଣପୁର ବିଧାୟିକା ସୁରମା ପାଢୀ । ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି ସୁରମା ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ ଓ ବିଜେପିର ଅନ୍ୟ ବିଧାୟକଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ସୁରମା ପାଢୀ । ଆଜି ବାଚସ୍ପତି ପ୍ରାର୍ଥୀ ପାଇଁ ବିଜେପିର ବିଧାୟକ ଦଳ ବୈଠକ ବସିଥିଲା । କାହାକୁ ବାଚସ୍ପତି ପ୍ରାର୍ଥୀ କରାଯିବ ସେନେଇ ଦୀର୍ଘସମୟ ଧରି ମାନସମନ୍ଥନ ଚାଲିଥିଲା ।

ଏହି ବୈଠକରେ ସର୍ବସମ୍ମତି କ୍ରମେ ସୁରମା ପାଢୀଙ୍କ ନାଁରେ ମୋହର ବାଜିଛି । ବିଧାୟକ ଦଳ ବୈଠକ ପରେ ସୁରମା ପାଢୀଙ୍କ ନାଁ ଘୋଷଣା ହୋଇଛି ।

ବିଧାନସଭାରେ ବିଜେପିର ଆବଶ୍ୟକୀୟ ସଂଖ୍ୟା ଥିବାରୁ ସୁରମା ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ଏକପ୍ରକାର ସ୍ପଷ୍ଟ ହୋଇଛି । ସେହିଭଳି ବିରୋଧୀ ଦଳ ପକ୍ଷରୁ ଏଯାଏଁ କାହାକୁ ବାଚସ୍ପତି ପ୍ରାର୍ଥୀ ଭାବେ ମୈଦାନକୁ ଓହ୍ଲାଯାଇନାହିଁ ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!