କେତେ ଗରା ପାଣିରେ ମହାପ୍ରଭୁ କରିବେ ସ୍ନାନ

ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯିବ । ଆଉ ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯିବ। ତେବେ ଆପଣ ଜାଣିଛନ୍ତି କେଉଁ ଠାକୁର କେତେ ଗରା ପାଣିରେ ସ୍ନାନ କରିଥାନ୍ତି ? ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ ।

ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି ।

ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ ।

ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ । ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି ।

Post Views128 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!