ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଅନ୍ତର୍ଗତ ଝାଡ଼ବନ୍ଧ ଗ୍ରାମ ସ୍ଥିତ ରୁଙ୍ଗଟା ମାଇନ୍ସ ଲିମିଟେଡ଼ କମ୍ପାନୀରେ ଅଘଟଣ । ଏକ ଷ୍ଟ୍ରକଚର୍ ଭୁଷୁଡ଼ି ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା । ଭୁଷୁଡ଼ି ପଡ଼ିଥିବା କନଷ୍ଟ୍ରକସନ୍ ତଳେ ବହୁ ଶ୍ରମିକ ଚାପି ହୋଇ ରହିଥିବା ମଧ୍ୟ ସୂଚନା ମିଳିଛି । ଅଘଟଣ ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ।
ସୂଚନା ଅନୁଯାୟୀ, ରୁଙ୍ଗଟା ପ୍ଲାଣ୍ଟର ୮ ଓ ୯ ନମ୍ବର କିଲନ ପ୍ଲାଟଫର୍ମରେ ମାଲ ସିଫ୍ଟିଙ୍ଗ ବେଳେ ଉପରୁ ଲୁହା ପ୍ଲେଟ ଖସିପଡିଛି। ଫଳରେ ଲୁହା ପ୍ଲେଟ୍ ଚାପି ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

