ରାଜ୍ୟର ପ୍ରଥମ ବିଜେପି ସରକାରର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟ(ସିଏମଓ)ରେ ଆଜି ଆଉ ଜଣେ ଅଫିସରଙ୍କୁ ନିଯୁକ୍ତି ମିଳିଛି । ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଉପସଚିବ ଦେବୀପ୍ରସାଦ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପସଚିବ ଭାବେ ବଦଳି ହୋଇଛି ।
ଶ୍ରୀ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବା ପାଇଁ ଜୁନ୍ ୨୨ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଥିଲେ ।
ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ, ଗତ ୨୨ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ଉପସଚିବ ଦେବୀପ୍ରସାଦ ମିଶ୍ରଙ୍କୁ ତତ୍କାଳ ପ୍ରଭାବରୁ ମୁଖ୍ୟମନ୍ତ୍ରୀଙ୍କ ଉପସଚିବ ଭାବେ ନିୟୋଜିତ କରାଯାଇଛି ।
ଶ୍ରୀ ମିଶ୍ର ତାଙ୍କ ଦରମା ଓ ଅନ୍ୟାନ୍ୟ ସୁବିଧାସୁଯୋଗ ନଗର ଉନ୍ନୟନ ବିଭାଗରୁ ପାଇବେ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।

