ସାନ୍ତାଳୀ ଭାଷାରେ ଶପଥ ନେଲେ ନବଚରଣ ମାଝୀ, ସଂସ୍କୃତରେ ଶପଥ ନେଲେ ପ୍ରତାପ ଷଡଙ୍ଗୀ

ସାନ୍ତାଳୀ ଭାଷାରେ ଶପଥ ନେଲେ ନବଚରଣ ମାଝୀ, ସଂସ୍କୃତରେ ଶପଥ ନେଲେ ପ୍ରତାପ ଷଡଙ୍ଗ

ଆଜି ହେଉଛି ଶପଥପାଠର ଦ୍ଵିତୀୟ ଦିନ ସାଂସଦ ଭାବେ ଲୋକସଭାରେ ପଦ ଓ ଗୋପନୀୟତାର ଶପଥ ନେଲେ ଓଡିଆ ସାଂସଦ । ଗତକାଲି କାମଚଳା ବାଚସ୍ପତି ଭାବେ ପ୍ରଥମେ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ତେବେ ମୟୂରଭଞ୍ଜ ସାଂସଦ ନବଚରଣ ମାଝୀ ସାନ୍ତାଳୀ ଭାଷାରେ ଶପଥ ଗ୍ରହଣ କରିଥିବା ବେଳେ, ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ସଂସ୍କୃତ ଭାଷାରେ ଶପଥ ପାଠ କରିଛନ୍ତି । ସେହିପରି ସାଂସଦ ମାଳବିକା ଦେବୀ ଏବଂ ପ୍ରଦୀପ ପାଣିଗ୍ରାହୀ ଇଂରାଜୀରେ ଶପଥ ପାଠ କରିଥିବାବେଳେ, ବାକି ସାଂସଦମାନେ ଓଡିଆରେ ଶପଥ ଗ୍ରହଣ କରିଥିଲେ । ତେବେ ଶପଥ ଗ୍ରହଣ ସମୟରେ ସାଂସଦମାନେ ଜୟ ଜଗନ୍ନାଥ କହି ଶପଥ ଗ୍ରହଣ କରୁଥିବା ଦେଖିବାକୁ ମିଳୁଥିଲା ।

Post Views53 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!