ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏଥର ଶ୍ରୀଗୁଣ୍ଡିଚା ଯାତ୍ରାରେ ସାମିଲ ହେବେ। ଜୁଲାଇ ୬ରୁ ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି। ୭ ତାରିଖରେ ଯିବେ ପୁରୀ । ୮ ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବେ ମହାମହିମ। ସେଦିନ ଅପରାହ୍ନରେ ଡିଭାଇନ୍ ରିଟ୍ରିଟ୍ ସେଣ୍ଟର ଉଦଘାଟନ କରିବେ। ୯ ତାରିଖ ପୂର୍ବାହ୍ନରେ ନାଇଜର୍ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି।
ମହାମହିମ ଙ୍କ ପାଇଁ ରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଉଥିବା ନେଇ ପୋଲିସ କମିସନର ସୂଚନା ଦେଇଛନ୍ତି। ରୁଟ ଲାଇନ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି ବୋଲି କହିଛନ୍ତି ପୁଲିସ କମିସନର।

