ଆଜିଠୁ ସାରା ଦେଶରେ ଲାଗୁ ହୋଇଛି ନୂଆ ଭାରତୀୟ ନ୍ୟାୟ

ଆଜିଠୁ ସାରା ଦେଶରେ ଲାଗୁ ହୋଇଛି ନୂଆ ଭାରତୀୟ ନ୍ୟାୟ ସଂହିତା। ଏଥିସହିତ ଉଚ୍ଛେଦ ହୋଇଛି ୧୮୬୦ ମସିହାରୁ ଚାଲିଆସୁଥିବା ବ୍ରିଟିଶ ନିୟମ। ଫଳରେ ପ୍ରାୟ ଦେଢ଼ ଶହ ବର୍ଷ ଧରି ସମଗ୍ର ଦେଶରେ ଲାଗୁ ହୋଇ ଆସୁଥିବା ଇଂରେଜ ଅମଳର ଏହି ପୁଲିସ ଆଇନ ଆଜି ଇତିହାସ ପାଲଟି ଯାଇଛି ।

ଭାରତୀୟ ନ୍ୟାୟ ସଂହିତାରେ ପ୍ରଥମ FIR ଆଜି ସକାଳେ ଦିଲ୍ଲୀରେ ରୁଜୁ ହୋଇଛି। ଦିଲ୍ଲୀ କମଳା ମାର୍କେଟ ଥାନାରେ ଜଣେ ଭେଣ୍ଡର ବିରୋଧରେ ମାମଲା ହୋଇଛି। ଏକ ଫୁଟ୍‌ ଓଭର ବ୍ରିଜ ଅବରୋଧ ଅଭିଯୋଗରେ ଏହି ମାମଲା ରୁଜୁ ହୋଇଛି।

ନୂଆ ନିୟମ ଅନୁସାରେ ଦେଶରୁ ହଟିବ ‘କ୍ରିମିନାଲ୍ ପ୍ରୋସିଜିଓର କୋଡ୍’-CrPC, ଇଣ୍ଡିଆନ୍ ପେନାଲ୍ କୋଡ୍- IPC ଏବଂ ଏଭିଡ଼େନ୍ସ ଆକ୍ଟ। ଇଣ୍ଡିଆନ୍ ପେନାଲ୍ କୋଡ୍ ’ ପରିବର୍ତ୍ତେ ଆସିବ ‘ଭାରତୀୟ ନ୍ୟାୟ ସଂହିତା’,। ‘କ୍ରିମିନାଲ୍ ପ୍ରୋସିଜିଓର କୋଡ୍’ ପରିବର୍ତ୍ତେ ଆସିବ ‘ଭାରତୀୟ ନାଗରିକ ସୁରକ୍ଷା ସଂହିତା’ ଏବଂ ‘ଇଣ୍ଡିଆନ୍ ଏଭିଡେନ୍ସ୍ ଆକ୍ଟ’ ପରିବର୍ତ୍ତେ ଆସିବ ‘ଭାରତୀୟ ସାକ୍ଷ୍ୟ ଅଧିନିୟମ’।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!