ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ହେଲେ ବରିଷ୍ଠ ଓଏଏସ୍ ଆଦିତ୍ୟ ମହାପାତ୍ର

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ।

ସୂଚନାଯୋଗ୍ୟ, ନବୀନ ପଟ୍ଟନାୟକ ଯେତେବେଳେ ମୁଖ୍ୟମନ୍ତ୍ରୀ ଥିଲେ, ସେତେବେଳେ ଆଇଏଏସ୍ କାର୍ତ୍ତିକ ପାଣ୍ଡିଆନଙ୍କୁ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ କରାଯାଇଥିଲା।

୨୦୨୪ ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପରେ ୨୪ ବର୍ଷର ଶାସନ ଭାଙ୍ଗିଯାଇଛି। ଏବେ ରାଜ୍ୟରେ ଭାଜପା ସରକାର ଗଢିଛି।

Post Views31 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!