ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କର ପରଲୋକ

କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କର ପରଲୋକ ହୋଇ ଯାଇଛି। ଦୀର୍ଘ ଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ସୁରେନ୍ଦ୍ରନାଥ ନାୟକଙ୍କର ଗତକାଲି ବିଳମ୍ବିତ ରାତିରେ ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଘନିଷ୍ଠ ସହଯୋଗୀ ଥିଲେ ସୁରେନ୍ଦ୍ରନାଥ ନାୟକ ।

କାକଟପୁରରୁ ସେ ୭ ଥର ବିଧାୟକ ହୋଇଥିଲେ। ତାଙ୍କ ମୃତ୍ୟୁରେ ସବୁଠି ଶୋକ ପ୍ରକାଶ ପାଇଛି ।ସୁରେନ୍ଦ୍ରନାଥ ନାୟକଙ୍କ ମୃତଦେହକୁ ଭୁବନେଶ୍ୱରସ୍ଥିତ ଘରୁ ପ୍ରଥମେ ଅଶୋକ ନଗର ନିଆଯିବ । ସେଠାରେ ସେ ନିଜ ରାଜନୈତିକ କାର୍ଯ୍ୟକ୍ରମ କରୁଥିଲେ। ଏହାପରେ ସେଠାରୁ ମରଶରୀରକୁ ବିଧାନସଭା ଓ ପରେ ସଚିବାଳୟ ନିଆଯିବ । ସେଠାରେ ଉପସ୍ଥିତ ଲୋକେ ସୁରେନ୍ଦ୍ରନାଥ ନାୟକଙ୍କ  ଶେଷ ଦର୍ଶନ କରିବେ।

ଏହାପରେ ତାଙ୍କ ମର ଶରୀରକୁ ପିପିଲି ଦେଇ ନିମାପଡ଼ା, ଗୋପ, କୋଣାର୍କ, କାକଟପୁର, ଅସ୍ତରଙ୍ଗ ନିଆଯିବ । ସେଠାରେ ସମର୍ଥକମାନେ ନିଜ ପ୍ରିୟ ନେତାଙ୍କୁ ଶେଷ ଥର ପାଇଁ ଦେଖିବେ। ଏହାପରେ ସେଠାରୁ ମୃତଦେହକୁ ନିଜ ପୈତୃକ ଗାଁ ଅଣକଣାକୁ ନେଇ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରିବେ ପରିବାର ସଦସ୍ୟ ।

Post Views138 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!