ଭୁଶୁଡ଼ିଲା ୫ ମହଲା କୋଠା: ୭ ମୃତ

ସୁରଟର ସଚିନ ଅଞ୍ଚଳରେ ଶନିବାର ଘଟିଛି ଏଭଳି କିଛି ଅଘଟଣ। କୋଠ ଭୁଶୁଡ଼ିବା ଯୋଗୁ ବର୍ତ୍ତମାନ ସୁଦ୍ଧା ୭ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୧୫ରୁ ଅଧିକ ଲୋକେ ଆହତ ହୋଇଛନ୍ତି। ଆହୁରି ଅନେକ ଭଗ୍ନାବଶେଷ ତଳେ ଦବି ରହିଥିବା ଆଶଙ୍କା କରାଯାଉଛି। ଏନ୍ଡିଆର୍ଏଫ୍ ଟିମ୍ ଉଦ୍ଧାର କାର୍ଯ୍ୟ ଜାରି ରଖିଛି।

ସୂଚନା ମୁତାବକ, ଶନିବାର ଏହି ଦୁର୍ଘଟଣା ଘଟିଛି। ସଚିନ ପାଲି ଗାଁରେ ଥିବା ଏକ ପାଞ୍ଚ ମହଲା କୋଠା ହଠାତ୍ ଭୁଶୁଡି ପଡ଼ିଥିଲା। ଫଳରେ ଏହା ତଳେ ଅନେକ ଲୋକ ଦବି ଯାଇଥିଲେ। ଭଗ୍ନାବଶେଷ ତଳୁ ବର୍ତ୍ତମାନ ସୁଦ୍ଧା ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୁରଟ ମହାନଗର ପାଳିକର ମେୟର, ଡେପୁଟି ମେୟର, ବିଜେପି ବିଧାୟକ ସନ୍ଦୀପ ଦେଶାୟି ଓ ବିରୋଧୀ ନେତା ସାକରିୟା ସମେତ ଅନ୍ୟ ନେତାମନ୍ତ୍ରୀମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି।
ସୁରଟ ମୁଖ୍ୟ ଅଗ୍ନିଶମ ଅଧିକାରୀ ବସନ୍ତ ପାରିକ କହିଛନ୍ତି ଯେ ରାତିସାରା ସର୍ଚ୍ଚ ଅପରେସନ ଜାରି ରହିଥିଲା।

ଅପରେସନ୍ ସମୟରେ ଜଣେ ମହିଳାଙ୍କ ସ୍ୱର ଶୁଣାଗଲା, ତେଣୁ ଅଗ୍ନିଶମ ବିଭାଗର କର୍ମଚାରୀଙ୍କୁ ଭିତରକୁ ପଠାଇ ମହିଳାଙ୍କୁ ବାହାରକୁ ଆଣିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ଟିମ୍ ୭ ଜଣଙ୍କ ମୃତଦେହ ଉଦ୍ଧାର କରିଛି। ଏଥିସହ ନିଖୋଜ ଥିବା ବ୍ୟକ୍ତିଙ୍କ ବିଷୟରେ କୌଣସି ସୂଚନା ଏପର୍ଯ୍ୟନ୍ତ ସାମ୍ନାକୁ ଆସିନାହିଁ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!