ଦୁଇ ଓଡିଆ ଖେଳାଳିଙ୍କ ପାଇଁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି

ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଖେଳାଳି କିଶୋର ଜେନା ଏବଂ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ପାଇଁ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉଭୟ ଖେଳାଳିଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏହା ସେମାନଙ୍କୁ ଉତ୍କୃଷ୍ଟ ଖେଳ ପ୍ରଦର୍ଶନ କରି ଦେଶ ପାଇଁ ଗୌରବ ଆଣିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।କ୍ରୀଡ଼ାର ମହାକୁମ୍ଭ ହେଉଛି ଅଲିମ୍ପିକ୍ସ । ପ୍ୟାରିସ୍ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଜାଭଲିନ୍ ଥ୍ରୋୟର କିଶୋର ଜେନା ଏବଂ ହକି ଖେଳାଳି ରୋହିଦାସ କେବଳ ନିଜର ଜନ୍ମମାଟି ନୁହେଁ ସମଗ୍ର ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି ।

ସେମାନଙ୍କର ଅଦମ୍ୟ ଇଚ୍ଛାଶକ୍ତି, କଠିନ ପରିଶ୍ରମ, ନିଷ୍ଠା ଓ ଅଧ୍ୟବସାୟ ରାଜ୍ୟର ଯୁବ ପ୍ରତିଭାମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ ଅଛି ବୋଲି କହିବା ସହିତ ଓଡ଼ିଶାବାସୀଙ୍କ ତରଫରୁ ଉଭୟଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!