ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ରୋକିବା ପାଇଁ ତତ୍ପର ସ୍ୱାସ୍ଥ୍ୟ ବିଭାଗ

ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ଆରମ୍ଭ ହୋଇଗଲାଣି। ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ତତ୍ପର ହୋଇଉଠିଛି। ଗତ ୫ବର୍ଷ ଭିତରେ ଯେଉଁ ଯେଉଁ ଅଞ୍ଚଳ ଡେଙ୍ଗୁ ହଟସ୍ପଟ୍ ରହିଥିଲା ତାହାକୁ ଚିହ୍ନଟ କରିବ ମ୍ୟାପିଂ କରିବା ଓ ସର୍ବେକ୍ଷଣ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏହି ମର୍ମରେ ରାଜ୍ୟ ସ୍ଵାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିନସରଙ୍କୁ ଚିଠି ଲେଖିଛନ୍ତି।

ଲୋକମାନେ ନିଜେ ସଚେତନ ହେବା ସହ ସତର୍କ ରହିବା ପାଇଁ ପରାମର୍ଶ ଦେଇଛନ୍ତି, ଜନସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ପାଣଗ୍ରାହୀ ।ଡେଙ୍ଗୁ ନିୟନ୍ତ୍ରଣକୁ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଭୁବନେଶ୍ୱରରେ ଡେଙ୍ଗୁ ନିୟନ୍ତ୍ରଣରେ ଅଛି। ମଶା ଅଣ୍ଡା ସ୍ଥାନରେ ମଶା ତେଲ ପକାଯାଉଛି।

ବର୍ଷା ପାଇଁ ଫଗିଂ ବନ୍ଦ ଥିଲା ଏବେ ପୁଣି କରାଯିବ ବୋଲି କହିଛନ୍ତି ଭବନେଶ୍ୱର ମେୟର ସୁଲୋଚନା ଦାସ । ଲୋକଙ୍କୁ ମଧ୍ୟ ସଚେତନ କରାଯାଉଛି। ଶୁଖିଲା ଦିବସ ପାଳନ ହେଉଛି। ପାର୍କ ଗୁଡିକରେ ଗଛ ଲତା ବଢ଼ିଗଲାଣି। ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ପାର୍କ ମେଣ୍ଟେନାନ୍ସ ଦାୟିତ୍ୱ ଦିଆଯାଇଥିଲା। ସେମାନେ ଠିକରେ ଦାୟିତ୍ଵ କରିପାରୁନଥିବା ଅଭିଯୋଗ ଆସିଛି । ବିଏମସି ଏନେଇ ନିଜେ ପଦକ୍ଷେପ ନେବ। ବର୍ଷା ଯୋଗୁଁ ଗଛ , ଘାସ ଜଲଦି ବଢିଯାଉଛି । ହେଲେ ବିଏମସି ଡେଙ୍ଗୁ ଓ ମଶା ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଉଥିବା ବିଏମସି ମେୟର କହିଛନ୍ତି।

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!