ଜଷ୍ଟିସ ଅରିନ୍ଦମ ସିହ୍ନା ରାଜ୍ୟ ଆଇନସେବା ପ୍ରାଧିକରଣ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ

ରାଜ୍ୟ ଆଇନ ସେବା ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ ନିଯୁକ୍ତି ମିଳିଛି ।

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ସହ ବିଚାରବିମର୍ଶ ପରେ ରାଜ୍ୟପାଳ ରଘୁବର ଦାସ ରାଜ୍ୟ ଆଇନସେବା ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ଜଷ୍ଟିସ ସିହ୍ନାଙ୍କୁ ମନୋନୀତ କରିଛନ୍ତି । ଏନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଉଲ୍ଲେଖଯୋଗ୍ୟ, ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ରାଜ୍ୟ ଆଇନସେବା ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ । କିନ୍ତୁ ସେ ଜୁଲାଇ ୩ତାରିଖରେ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି ହେବାପରେ ଏହି ପଦବୀ ଖାଲି ପଡ଼ିଥିଲା ।

Post Views78 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!