ଆଶିଷ ସିଂଙ୍କ କ୍ଷମତାରେ ଲଗାମ

ରାଜ୍ୟ ସରକାର ଆଜି ଆଇପିଏସ୍ ଅଫିସର ଆଶିଷଙ୍କ ସିଂଙ୍କ କ୍ଷମତାରେ ଚୋଟ ମାରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଏହି ଅଫିସରଙ୍କୁ ଗୃହ ବିଭାଗର ଓଏସଡି ଭାବେ ବଦଳି କରିଛନ୍ତି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି।ରାଜ୍ୟରେ ସାଧାରଣ ନିର୍ବାଚନ-୨୦୨୪ ଆରମ୍ଭ ହେବା ସମୟରୁ ବରିଷ୍ଠ ଆଇପିଏସ୍ ଆଶିଷ ସିଂ ହିଁ ବିବାଦରେ ଥିଲେ। ନିର୍ବାଚନ ସମୟରେ ସେ ବିଜେଡି ପାଇଁ କାମ କରୁଥିବା ବିଜେପି ଅଭିଯୋଗ ଆଣିଥିଲା। ଏମିତି କି ତାଙ୍କ ଛୁଟିକୁ ନେଇ ମଧ୍ୟ ପ୍ରଶ୍ନ ଉଠିଥିଲା।

ଅସୁସ୍ଥତା ଦର୍ଶାଇ ସେ ଛୁଟି ନେଇଥିବାରୁ, ଏହି ପ୍ରସଙ୍ଗରେ ନିର୍ବାଚନ ଆୟୋଗ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଏମ୍ସ ଭୁବନେଶ୍ବରରେ କରାଇଥିଲେ। ଆଉ ସେ ସମ୍ପୂର୍ଣ୍ଣ ଥିବା ଜାଣିବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିଲେ । ଛୁଟି ସରିବା ପରେ ଆଶିଷ ସିଂ କାର୍ଯ୍ୟରେ ଯୋଗ ଦେଇଥିଲେ। ଆଉ ରାଜ୍ୟରେ ନୂଆ ସରକାର ଆସିବା ପରେ ତାଙ୍କର କ୍ଷମତାରେ ଏବେ ଚୋଟ ପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଏହି ଅଫିସରଙ୍କୁ ଗୃହ ବିଭାଗର ଓଏସଡି ଭାବେ ନିଯୁକ୍ତି ଦିଆଯାଇଛି।

Post Views13 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!