ଅରବିନ୍ଦ ପାଢୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଅରବିନ୍ଦ ପାଢୀ ନେଲେ ଦାୟିତ୍ୱ ପୂର୍ବରୁ ସେହି ଦାୟିତ୍ୱ ରେ ଥିଲେ ବୀର ବିକ୍ରମ ଯାଦବ । ରାତି ଅଧିଆ ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି । ଅରବିନ୍ଦ ପାଢୀ ବର୍ତ୍ତମାନ କୃଷି ବିଭାଗର ପ୍ରମୁଖ ଶାସନ ସଚିବ ଥିବା ବେଳେ ଶ୍ରୀମନ୍ଦିର ମୁଖ୍ୟ ଶାସନ ସଚିବ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢୀଙ୍କର ମଧ୍ୟ ପୁରୁଣା ଅଭିଜ୍ଞତା ରହିଛି ।

ନିକଟରେ ବୀରବିକ୍ରମ ଯାଦବ ମେ ୨୨ରୁ ଜୁନ ୧୧ ପର୍ଯ୍ୟନ୍ତ ଛୁଟିରେ ଯାଇଥିବା ବେଳେ ଅରବିନ୍ଦ ପାଢୀଙ୍କୁ ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ମିଳିଥିଲା । ଏହା ପୂର୍ବରୁ ୨୦୧୪ ମସିହାରେ ମଧ୍ୟ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ କାର୍ଯ୍ୟ କରିଥିଲେ ବରିଷ୍ଠ ଆଇଏସ ଅଧିକାରୀ ଅରବିନ୍ଦ ପାଢୀ । ସେପଟେ ପାଣ୍ଡିଆନ ମାର୍କା ମରା ବରିଷ୍ଠ ଆଇଏସ ଅଧିକାରୀଙ୍କ ଉପରେ ରାଜ୍ୟ ସରକାରଙ୍କ ଛାଟ ବାଜିବା ଆରମ୍ଭ ହୋଇଥିବା ବେଳେ ବୀର ବିକ୍ରମ ଯାଦବଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦରୁ ହଟାଯାଇଥିବା କୁହାଯାଉଛି । ସେ ଯୋଗାଣ ଓ ପୂର୍ତ୍ତ ବିଭାଗର ସଚିବ ରହିବା ସହ ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ବ ପାଇଥିଲେ। ତାଙ୍କ କାର୍ଯ୍ୟକାଳ ମଧ୍ୟରେ କୌଣସି ଆଖିଦୃଶିଆ ପ୍ରଶାସନିକ ଦକ୍ଷତା ଦେଖାଇନଥିଲେ ମଧ୍ୟ ବିଜେଡି ସରକାର ସମୟରେ ଅଖଣ୍ଡ କ୍ଷମତା ଭୋଗ କରୁଥିଲେ ବୋଲି ଚର୍ଚ୍ଚା ହୁଏ ।

Post Views62 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!