ଶ୍ରୀକ୍ଷେତ୍ରରେ ହେବ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ

ପୁରୀରେ ଆସନ୍ତା ୧୯ ଏବଂ ୨୦ରେ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏହାକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା ବୈଠକକୁ ଉଦଘାଟନ କରିବେ। ପୁରୀର ବଳିଆ ପଣ୍ଡା ସ୍ଥିତ ବା ବ୍ଲୁ ଲିଲି ହୋଟେଲ ଠାରେ ଏହି ବୈଠକ ହେବ। ଏନେଇ ସୂଚନା ଦାେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ ।

ନିର୍ବାଚନ ପରବର୍ତ୍ତୀ ଅବସ୍ଥାରେ କେନ୍ଦ୍ରରେ ତୃତୀୟ ଥର ଏବଂ ଓଡ଼ିଶାରେ ବିଜେପି ପ୍ରଥମ ଥର ସରକାର ଗଠନ ହେବା ପରେ ବୈଠକ ହେଉଛି। ୧୯ ତାରିଖ ସକାଳ ୧୦ଟା ୩୦ରେ ପଦାଧିକାରୀ ବୈଠକ ହେବ। ଅପରାହ୍ନ ୨ଟା ୩୦ରେ କାର୍ଯ୍ୟକାରିଣୀ ବୈଠକ ଉଦଘାଟିତ ହେବ ଏବଂ ୨୦ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଚାଲିବ। ରାଜ୍ୟର ସବୁ ନେତା ଉପସ୍ଥିତ ରହିବେ । ଏଥିରେ ୨୦୨୪ ନିର୍ବାଚନ ବେଳେ ବିଧାନସଭା ଏବଂ ଲୋକସଭା ସଂଯୋଜକ, ଜିଲ୍ଲା ସାଧାରଣ ସଂପାଦକ, ସଭାପତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସମସ୍ତ ମୋର୍ଚ୍ଚା ସଭାପତି, ମୁଖ୍ୟମନ୍ତ୍ରୀ, ସବୁ ମନ୍ତ୍ରୀ, ସାଂସଦ ବିଧାୟକ, କେନ୍ଦ୍ର ମନ୍ତ୍ରୀ ଉପସ୍ଥିତ ରହିବେ।

କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି ବି ଏହି ବୈଠକରେ ଉପସ୍ଥିତ ରହିବେ। ଏହି ବୈଠକରେ ରାଜନୈତିକ ପରିସ୍ଥିତି, ସାଂପ୍ରତିକ ସରକାରର ଜନ କଲ୍ୟାଣ କାର୍ଯ୍ୟକ୍ରମ ବିଷୟରେ ଚର୍ଚ୍ଚା ଆଲୋଚନା ହୋଇ ଆଗାମୀ ରଣନୀତି ପ୍ରସ୍ତୁତ ହେବ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!