କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ଆଜି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ନିଯୁକ୍ତି ଦିଆଯାଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭାବେ କାହାକୁ ନିଯୁକ୍ତି ଦିଆଯିବ ତାହା ଉପରେ ସମସ୍ତଙ୍କ ନଜର ଥିଲା। ମୁଖ୍ୟମନ୍ତ୍ରୀ ଦୁଇ ଜିଲ୍ଲାପାଳଙ୍କ ଉପରେ ଭରସା କରି ଏହି ନୂଆ ନିଯୁକ୍ତି ଦେଇଛନ୍ତି।

