କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାକୁ ଲାଗିଥିବା ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ଅଧିକ ଘନିଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଓଡ଼ିଶା ଉପକୂଳ ଆଡକୁ ମୁହାଁଇବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୨ ତାରିଖ ପର୍ୟ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।
ଏହାକୁ ଦୃଷ୍ଟିରେ ରଖି ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଖୋର୍ଦ୍ଧା, ନୟାଗଡ଼, ପୁରୀ, ବୌଦ୍ଧ, କନ୍ଧମାଳ, ସୋନପୁର, କଳାହାଣ୍ଡି ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିସନର।

