ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ। ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ସଂରକ୍ଷିତ କରୁଥିଲେ।
ପରିବେଶର ସୁରକ୍ଷା ପାଇଁ ତାଙ୍କର ଅମୂଲ୍ୟ ଅବଦାନ ରାଜ୍ୟ ଓ ଦେଶ କେବେ ଭୁଲି ପାରିବ ନାହିଁ। ତାଙ୍କ ବିୟୋଗ ସାରା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

