ଆଜି ବିଧାନସଭାରେ ରାଜ୍ୟ ବଜେଟ୍ ଆଗତ ହୋଇଛି । ଏହା ମୋହନ ସରକାରଙ୍କ ପ୍ରଥମ ବଜେଟ। ବିଧାନସଭାରେ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ହୋଇଛି ପୂର୍ଣ୍ଣାଙ୍ଗ ବଜେଟ। ଚଳିତ ବଜେଟର ମୋଟ ଆକଳନ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି। ଏହି ବଜେଟରେ ଅନେକ ଯୋଜନାର ନାଁ ବଦଳେଇଛନ୍ତି ସରକାର ।୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୂର୍ବ ସରକାରଙ୍କ ଦ୍ୱାରା ପ୍ରଣୟନ ହୋଇଥିବା ବହୁ ଜନହିତକର ଯୋଜନାର ନାମକୁ ପରିବର୍ତ୍ତନ କରିବା ସହ ନୂଆ ଯୋଜନା ପାଇଁ ବ୍ୟୟବରାଦ କରିଛନ୍ତି ମୋହନ ସରକାର ।
ବଦଳିଗଲା ବିଏସକେୱାଇ ନାଁ
ନାଁ ବଦଳି ହେଲା ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା
ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ପାଇଁ ୫୪୫୦ କୋଟି
ଲାଗୁହେଲା ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା
ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା ପାଇଁ ୫୦୦ କୋଟି
ବଦଳିଗଲା କାଳିଆ ଯୋଜନାର ନାଁ
କାଳିଆ ହେଲା ସିଏମ କିଷାନ
ସିଏମ କିଷାନ ଯୋଜନା ପାଇଁ ୧୯୩୫ କୋଟି
ସମୃଦ୍ଧ କୃଷକ ଯୋଜନାରେ ୫୦୦୦ କୋଟି
ବଦଳିଲା ଆହାର ଯୋଜନାର ନାମ
ଆହାର ହେଲା- ଶ୍ରୀ ଅନ୍ନ ଯୋଜନା
-ଶ୍ରୀଅନ୍ନ ଅଭିଯାନ ପାଇଁ ୬୪୯ କୋଟି
ବଦଳିଲା ମୋ ସ୍କୁଲ ଯୋଜନାର ନାଁ
ନାଁ ବଦଳି ହେଲା ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ
ନୂଆ ଯୋଜନା ପାଇଁ ୩୨୨ କୋଟି ଟଙ୍କା
ଆମ ଓଡ଼ିଶା ନବୀନ ଓଡ଼ିଶାର ନାଁ ବଦଳିଲା
ନାଁ ବଦଳି ହେଲା ବିକଶିତ ଗାଁ ବିକଶିତ ଓଡ଼ିଶା

