ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ, ୧୯ ଜିଲ୍ଲାରେ ନୂଆ ଜିଲ୍ଲାପାଳ ନିଯୁକ୍ତ । ବରିଷ୍ଠ ଆଇଏଏସ୍ ବିଜୟକେତନ ଉପାଧ୍ୟାୟଙ୍କୁ ଓଡ଼ିଶା ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ଏହି ଦାୟିତ୍ୱରେ ଥିବା ଦିଲ୍ଲୀପ ରାଉତରାୟଙ୍କୁ ଭଦ୍ରକ ଜିଲ୍ଲାପାଳ ଭାବେ ବଦଳି ହୋଇଛି । ସେହିପରି ବାଲେଶ୍ୱର ଜିଲ୍ଲାପାଳ ଆଶିଷ ଠାକରେଙ୍କୁ ରାଜସ୍ୱ ବୋର୍ଡର ସଚିବ ଭାବେ ନୂଆ ନିଯୁକ୍ତି ପାଇଛନ୍ତି। ନବରଙ୍ଗପୁର ଜିଲ୍ଲାପାଳ କମଳ ଲୋଚନ ମିଶ୍ରଙ୍କୁ ଓସ୍ଡମାର ନିର୍ବାହୀ ନିର୍ଦ୍ଦେଶକ, ଯାଜପୁର ଜିଲ୍ଲାପାଳ ନିଖିଳ ପବନ କଲ୍ୟାଣଙ୍କୁ ମୂର୍ତ୍ତିକା ସଂରକ୍ଷଣ ଏବଂ ଜଳଛାୟା ଡିଭିଜନ ନିର୍ଦ୍ଦେଶକ, ସିଏମ୍ସି କମିସନର ବିଜୟ କୁମାର ଦାଶଙ୍କୁ ଗଜପତି ଜିଲ୍ଲାପାଳ ଦାୟିତ୍ୱ ମିଳିଛି । ସେଠାରେ ଥିବା ସ୍ମୃତିରଞ୍ଜନ ପ୍ରଧାନଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।
ଅନ୍ୟପଟେ ନୟାଗଡ଼ ଜିଲ୍ଲାପାଳ ସ୍ୱଧା ଦେବ ସିଂହଙ୍କୁ ସରକାର ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ଓସେପା ପ୍ରକଳ୍ପ ନିର୍ଦ୍ଦେଶକ ପାରୁଲ ପଟୱାରୀଙ୍କୁ ରାୟଗଡ଼ା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ଢେଙ୍କାନାଳ ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କୁ କନ୍ଧମାଳ ଜିଲ୍ଲାପାଳ, ଭଦ୍ରକ ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦାରଙ୍କୁ ସମ୍ବଲପୁର ଜିଲ୍ଲାପାଳ, ମୟୂରଭଞ୍ଜ ଜିଲ୍ଲାପାଳ ଦତ୍ତାତ୍ରୟ ଭାନୁସାହେବ ସିନ୍ଦେଙ୍କୁ କଟକ ଜିଲ୍ଲାପାଳ, ନୂଆପଡ଼ା ଜିଲ୍ଲାପାଳ ହେମ କାନ୍ତ ସାଏଙ୍କୁ ମୟୂରଭଞ୍ଜ ଜିଲ୍ଲାପାଳ, କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କୁ ଯାଜପୁର ଜିଲ୍ଲାପାଳ, କନ୍ଧମାଳ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କୁ ମାଲକାନଗିରି ଜିଲ୍ଲାପାଳ, ଦେବଗଡ଼ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଢେଙ୍କାନାଳ ଜିଲ୍ଲାପାଳ, ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଶୁଭଙ୍କର ମହାପାତ୍ରଙ୍କୁ ନବରଙ୍ଗପୁର ଜିଲ୍ଲାପାଳ, କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କୁ ବାଲେଶ୍ୱର ଜିଲ୍ଲାପାଳ, ବୌଦ୍ଧ ଜିଲ୍ଲାପାଳ ଜେ. ସୋନାଲଙ୍କୁ ଜଗତସିଂହପୁର ଜିଲ୍ଲାପାଳ, ମାଲକାନଗିରି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶଙ୍କୁ କଳାହାଣ୍ଡି ଜିଲ୍ଲାପାଳ, ସମ୍ବଲପୁର ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କୁ ନୟାଗଡ଼ ଜିଲ୍ଲାପାଳ, ରାୟଗଡ଼ା ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କୁ ସୁନ୍ଦରଗଡ଼ ଜିଲ୍ଲାପାଳ, ଓଏମ୍ସିର ନିର୍ବାହୀ ନିର୍ଦ୍ଦେଶକ (ଜମି) କବିନ୍ଦ୍ର କୁମାର ସାହୁଙ୍କୁ ଦେବଗଡ଼ ଜିଲ୍ଲାପାଳ, ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗର ସ୍ବତନ୍ତ୍ର ସଚିବ ମଧୁସୂଦନ ଦାଶଙ୍କୁ ନୂଆପଡ଼ା ଜିଲ୍ଲାପାଳ, ଗ୍ରାମ୍ୟ ଉନ୍ନୟନ ବିଭାଗର ସ୍ୱତନ୍ତ୍ର ସଚିବ ସୁବ୍ରତ କୁମାର ପଣ୍ଡାଙ୍କୁ ବୌଦ୍ଧ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।

