ପୁଣି ଖୋଲିବ ନବ ଦାସ ହତ୍ୟା ମାମଲାର ଫାଇଲ୍

ପୁଣି ଥରେ ଖୋଲିବ ନବ ଦାସ ହତ୍ୟା ମାମଲା । ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର କେସ୍ ରିଓପନ କରିବ ବିଜେପି ସରକାର । ଏ ନେଇ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ବେଳେ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ନବ ଦାସ ଜଣେ ବିଜେଡି ନେତା ହେଲେ ମଧ୍ୟ ସେ ଜଣେ ମନ୍ତ୍ରୀ ଥିଲେ । ଆଉ ସ୍ପଷ୍ଟ ଦିବାଲୋକରେ ଜଣେ ମନ୍ତ୍ରୀଙ୍କ ହତ୍ୟାକୁ କେବେ ବି ହାଲକା ଭାବେ ଗ୍ରହଣ କରାଯାଇ ପାରିବନାହିଁ।

ଗତ ୨୦୨୩ ଜାନୁଆରୀ ୨୯ ତାରିଖରେ ସ୍ପଷ୍ଟ ଦିବାଲୋକରେ ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଯାଇଥିଲା । ତାଙ୍କ ପିଏସଓ ଗୋପାଳ ଦାସ ଅତି ନିକଟରୁ ତାଙ୍କୁ ଗୁଳିକରି ହତ୍ୟା କରିଥିଲା । ମାମଲାରେ ପିଏସଓ ଗୋପାଳ ଦାସଙ୍କୁ ଗିରଫ କରାଯାଇଥିଲେ ମଧ୍ୟ ହତ୍ୟାକାଣ୍ଡର କାରଣ ଉପରୁ ଏଯାଏଁ ପରଦା ହଟିନାହିଁ ।ଖାଲି ନବ ଦାସ ହତ୍ୟା ମାମଲା ନୁହେଁ, ଅନେକ ପୁରୁଣା କେସର ରିଓପନ କରାଯିବ ବୋଲି ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି । ୨୦୦୮ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ମାମଲା, ୨୦୨୨ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ମଧ୍ୟ ରିଓପନ ହେବ ବୋଲି ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି ।

 

Post Views60 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!