ରାଜ୍ୟସଭା ଉପ ନିର୍ବାଚନ ଲାଗି ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି

ରାଜ୍ୟସଭା ଉପ ନିର୍ବାଚନ ଲାଗି ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି। ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିବ। ୨୨ ତାରିଖରେ ଯାଞ୍ଚ ପ୍ରକ୍ରିୟା ରହିଛି। ୨୭ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ରହିଛି।

ସେପ୍ଟେମ୍ବର ୩ ତାରିଖରେ ନିର୍ବାଚନ ରହିଛି। ସମୁଦାୟ ୯ଟି ରାଜ୍ୟର ୧୨ଟି ଆସନ ପାଇଁ ନିର୍ବାଚନ ହେଉଛି। ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଆସନଟି ବିଜେପି ଖାତାକୁ ଯିବ। ଏବେ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଜେପିରୁ କିଏ ପ୍ରାର୍ଥୀ ହେବେ? ମମତା ମହାନ୍ତ ବିଜେପିରୁ ପ୍ରାର୍ଥୀ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଆସନ୍ତାକାଲି ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ମମତା ମହାନ୍ତ ନିକଟରେ ରାଜ୍ୟସଭା ପଦ ଓ ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଛନ୍ତି। ତେଣୁ ସେ ବିଜେପିରୁ ପ୍ରାର୍ଥୀ ହେବାର ସମ୍ଭାବନା ରହିଛି।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!