ଶ୍ରୀମନ୍ଦିରରେ ଭିଡ ନିୟନ୍ତ୍ରଣ କରିବ ଏଆଇ

ଶ୍ରୀମନ୍ଦିରରେ ଏଆଇ ଭିଡ ନିୟନ୍ତ୍ରଣ କରିବ । ଏଆଇ ଟେକ୍ନୋଲୋଜି ମାଧ୍ୟମରେ ଉନ୍ନତ ଜ୍ଞାନକୌଶଳ ପ୍ରୟୋଗ କରାଯାଇ ଶ୍ରୀମନ୍ଦିର ଭିତରେ ଭିଡ ନିୟନ୍ତ୍ରଣ କରାଯିବ। ମୋବାଇଲ୍ ଫୋନ୍ ଚିହ୍ନଟ କରିପାରୁଥିବା ଏଆଇ ଜ୍ଞାନକୌଶଳ କ୍ୟାମେରା ମଧ୍ୟ ଶ୍ରୀମନ୍ଦିରରେ ଲଗାଯିବା ନେଇ ଯୋଜନା ରହିଛି ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି।

ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ସହ ଆନନ୍ଦ ବଜାରରେ ଶୃଙ୍ଖଳା ଆଣିବା ପାଇଁ ଭକ୍ତ ଏବଂ ସେବାୟତ ମହଲରେ ବାରମ୍ବାର ଦାବି ହୋଇଆସୁଛି। ତେବେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ଓ ଆନନ୍ଦ ବଜାରରେ ଶୃଙ୍ଖଳା ଆଣିବା ପାଇଁ ଶ୍ରୀମନ୍ଦିର ପରିଚାଳନା କମିଟିର ନିଷ୍ପତ୍ତି ଅନୁଯାୟୀ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହୋଇଛି। ଖୁବଶୀଘ୍ର ଏହି କମିଟି ବିଚାର ବିମର୍ଷ କରି ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ସହିତ ଆନନ୍ଦ ବଜାରରେ କିଭଳି ଶୃଙ୍ଖଳା ଆସିପାରିବ ସେନେଇ କାର୍ଯ୍ୟ ଆରମ୍ଭ କରିବ ବୋଲି ଜିଲ୍ଲାପାଳ କହିଛନ୍ତି।

ଶ୍ରୀମନ୍ଦିରରେ କିଭଳି ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ହୋଇପାରିବ ଏବଂ ଆନନ୍ଦ ବଜାରରେ ଶୃଙ୍ଖଳା ଆସାପାରିବ ସେନେଇ ଜିଲ୍ଲାପାଳଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ୍ ଖୁବଶୀଘ୍ର କାର୍ଯ୍ୟ ଆରମ୍ଭ କରିବ ବୋଲି ଜିଲ୍ଲାପାଳ କହିଛନ୍ତି। ପ୍ରତିଦିନ ହଜାର ହଜାର ଭକ୍ତ ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ ସହ ଆନନ୍ଦ ବଜାରରେ ମହାପ୍ରସାଦ ସେବନ କରିଥାନ୍ତି। ଏଣୁ ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ଭିଡ଼କୁ କିଭଳି ନିୟନ୍ତ୍ରଣ କରାଯାଇପାରିବ ସେନେଇ ବିଭିନ୍ନ ସେବାୟତ ନିଯୋଗ ସହ ଆଲୋଚନା କରାଯାଇ ମାର୍ଗଦର୍ଶିକା ପ୍ରସ୍ତୁତ କରାଯିବ। ପରେ ଏହାକୁ ସଫଳ ଭାବରେ କିଭଳି ଲାଗୁ କରାଯାଇପାରିବ ସେ ଦିଗରେ ପଦକ୍ଷେପ ନିଆଯିବ। ସେହିପରି ଆନନ୍ଦ ବଜାରରେ ଦୋକାନୀ ମାନେ ଯେଭଳି ଶୃଙ୍ଖଳାର ସହ ବସି ବ୍ୟବସାୟ କରିପାରିବେ ସେନେଇ ମଧ୍ୟ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ କହିଛନ୍ତି।

ସେହିପରି ଶ୍ରୀମନ୍ଦିର ଭିତରେ ମହାପ୍ରଭୁଙ୍କର ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ମଧ୍ୟ କିଭଳି ସଫଳ ଭାବେ କାର୍ଯ୍ୟକାରୀ କରାଯାଇପାରିବ ସେ ଦିଗରେ ମଧ୍ୟ ପ୍ରଶାସନ କାର୍ଯ୍ୟ କରିବ। ଶ୍ରୀମନ୍ଦିର ଚାରି ଦ୍ବାର ସହ ଗୁମୁଟ, ବାଇଶି ପାହାଚ, କୀର୍ତ୍ତନ ଚକଡା଼ ଏବଂ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ ସ୍ଥାନମାନଙ୍କରେ ଅତ୍ୟାଧୁନିକ ଏଆଇ ଟେକ୍ନୋଲୋଜି ଥିବା କ୍ୟାମେରା ଲଗାଯିବ। ଏଆଇ ଟେକ୍ନୋଲୋଜି ମାଧ୍ୟମରେ ଉନ୍ନତ ଜ୍ଞାନକୌଶଳ ପ୍ରୟୋଗ କରାଯାଇ ଶ୍ରୀମନ୍ଦିର ଭିତରେ ଭିଡ ନିୟନ୍ତ୍ରଣ କରାଯିବ। ସେହିପରି ମୋବାଇଲ୍ ଫୋନ୍ ଚିହ୍ନଟ କରିପାରୁଥିବା ଏଆଇ ଜ୍ଞାନକୌଶଳ ଯୁକ୍ତ କ୍ୟାମେରା ମଧ୍ୟ ଶ୍ରୀମନ୍ଦିରରେ ଲଗାଯିବାର ଯୋଜନା କରାଯାଉଥିବା ଜିଲ୍ଲାପାଳ କହିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ଏନେଇ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଥିବା ବେଳେ ଖୁବଶୀଘ୍ର ଏହାକୁ କାର୍ଯ୍ୟକାରୀ କରାଯିବ। ଶ୍ରୀମନ୍ଦିର ସାତ ପାହାଚ ଠାରୁ ଜୟବିଜୟ ଦ୍ବାର ଯାଏଁ ଅସମ୍ଭାଳ ଭିଡକୁ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଭାବେ ପଦକ୍ଷେପ ନିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି।

Post Views1 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!