ହକି ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମୟରେ ସେ ହକି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି।

ହକି ଦଳକୁ ଶୁଭେଚ୍ଛା ଜଣାଇବା ସହ ସେ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ହକି ପାଇଁ ହଜାରେ କୋଟି ବ୍ୟୟରେ ୧୨୦ ଏକର ଜମିରେ ଷ୍ଟାଡିଅମ ନିର୍ମାଣ ହେବ। ଏଥିସହ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବାକୁ ଲକ୍ଷ୍ୟ ରଖିଛୁ। ବଡ଼ ସ୍ବପ୍ନ ଦେଖାଇବିନି, ଯାହା ପ୍ରତିଶ୍ରୁତି ଦେଇଛି ପାଳନ କରିବି।

ଶ୍ରୀମନ୍ଦିର ୪ ଦ୍ବାର ଖୋଲିଛୁ, ୬୦ଦିନରେ ଓଡ଼ିଆ ଅସ୍ମିତା ପାଣ୍ଠି କରିଛୁ। ଏଥିସହ ଧାନ କ୍ବିଣ୍ଟାଲ ୩୧ଶହ ଟଙ୍କା କରିବା ସହ ସେପ୍ଟେମ୍ବର ୧୭ରୁ ସୁଭଦ୍ରା ଯୋଜନା ଲାଗୁ କରିବୁ। ଖାଲି ପଡ଼ିଥିବା ଦେଢ଼ ଲକ୍ଷ ପଦବୀ ପୂରଣ କରିବା ସହ ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରିବା ପାଇଁ କାମ ଆରମ୍ଭ କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!